ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଯୁଗ ଯାତ୍ରୀ ସାହିତ୍ୟ ସଂସଦ ପକ୍ଷରୁ ସମ୍ପାଦକ ହେମନ୍ତ ସାହୁଙ୍କ ନିଜ ଉଦ୍ୟମରେ ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନର ଶୁଭାରମ୍ଭ ତା. ୧୬. ୦୨. ୨୦୨୬ରୁ ହୋଇ ତିରିଶ ଦିନ ରେ ତିରିଶ ଜିଲ୍ଲା କୁ ବାଇକ୍ ଯୋଗେ ପରିକ୍ରମା କରିଛି । ଓଡ଼ିଶାରେ ପ୍ରଥମ ଥର ପାଇଁ ଯୁଗଯାତ୍ରୀ ସାହିତ୍ୟ ସଂସଦ ତିରିଶ ଜିଲ୍ଲାର ସାହିତ୍ୟ ଅନୁଷ୍ଠାନକୁ ସମ୍ପର୍କ ଅଭିଯାନ ର ଉଦଯାପନୀ ଉତ୍ସବ ମାର୍ଚ୍ଚ ୧୮ ତାରିଖ ବୁଧବାର ଦିନ ଅପରାହ୍ନ ଚାରିଟା ସମୟ ରେ ଯୁଗ ଯାତ୍ରୀ ସାହିତ୍ୟ ସଂସଦ ପରିସର ରେ ଅନୁଷ୍ଠିତ ହେବ ବୋଲି ଜଣା ଯାଇଛି । ଏହି ଅଭିଯାନରେ ଓଡ଼ିଶାର ତିରିଶ ଗୋଟି ଜିଲ୍ଲାରେ ଥିବା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକୁ ସାରସ୍ଵତ ସମ୍ପର୍କର ଏକ ସୂତ୍ରରେ ବାନ୍ଧିବାର ପ୍ରୟାସ ତଥା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକର ତଥ୍ୟ ସଂଗ୍ରହ ପୂର୍ବକ ” ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିକୁ ଅବଦାନ” ଶୀର୍ଷକରେ ଏକ ପୁସ୍ତକ ପ୍ରକାଶ କରିବାର ଯୋଜନା ରହିଥିବା ବେଳେ ଉଦଯାପନୀ ଉତ୍ସବରେ ଏକକ ଅଭିଯାତ୍ରୀ ଯୁଗ ଯାତ୍ରୀର ସମ୍ପାଦକ ହେମନ୍ତ ସାହୁ ଅତିଥି ମାନଂକ ଉପସ୍ଥିତି ରେ ନିଜର ଅନୁଭବ ଓ ଅନୁଭୁତି ସମ୍ପର୍କରେ ବକ୍ତବ୍ୟ ରଖିବେ । ଏହି ଅଭିଯାନ ମ,ରାମପୁରରୁ ବାହାରି କନ୍ଧମାଳ ଜିଲ୍ଲାରୁ ଆରମ୍ଭ ହେବା ସହ ପର୍ଯ୍ୟାୟ କ୍ରମେ ସମସ୍ତ ଜିଲ୍ଲା ପରିକ୍ରମା ପରେ କଳାହାଣ୍ଡି ରେ ମାର୍ଚ୍ଚ ମାସ ୧୮ ତାରିଖରେ ଶେଷ ହେବ ।




