ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ): ସଇଁତଲା ବ୍ଲକ ଟିକ୍ରାପଡ଼ା ଶିଶୁ ସୈନିକ ବିଦ୍ୟାଳୟ ଛାତ୍ରୀ ନେହାରିକା ଧରୁଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଷଷ୍ଠ ଶ୍ରେଣୀ ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ବିଦ୍ୟାଳୟର ଗୌରବ ବଢ଼ାଇଛନ୍ତି | ନେହାରିକା ସଇଁତଲା ବ୍ଲକ ଝିଙ୍କିଡୁଙ୍ଗୁରି ପଞ୍ଚାୟତ ପଟାମରା ଗ୍ରାମର ଭାସ୍କର ଧରୁଆ ଏବଂ ପଦ୍ମିନୀ ଧରୁଆଙ୍କ ସୁପୁତ୍ରୀ ଅଟନ୍ତି | ନେହାରିକାଙ୍କ ସଫଳତାରେ ବିଦ୍ୟାଳୟ ଶୁଭାକାଂକ୍ଷୀ, ପରିଚାଳନା ସମିତି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ ମହଲରେ ଖୁସିର ଲହରୀ ଖେଳିଯାଇଛି | ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି | ବିଦ୍ୟାଳୟ ଅଧ୍ୟକ୍ଷ ଚନ୍ଦ୍ରମଣି ରାଜପଲିଆ ନେହାରିକାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳମୟ ଭବିଷ୍ୟତ କାମନା କରିଛନ୍ତି |





