ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକର ବଡଧାରପୂର ଗ୍ରାମ ପଞ୍ଚାୟତ ଠାରୁ ଟିକ୍ରାପଡା ରେତ ରାସ୍ତାକୁ ସଂଯୋଗ କରୁଥିବା ରାସ୍ତା ଗମନାଗମନ ପାଇଁ ସଂପୂର୍ଣ୍ଣ ଅନୁପଯୁକ୍ତ ହୋଇପଡ଼ିଛି। ଏହି ରାସ୍ତା ଉପରେ ନିର୍ଭର କରୁଥିବା ଟିକ୍ରାପଡ଼ା, ରାତୁଲ, ପାଜିଦୁହୁନି ଆଦି ତିନୋଟି ଗ୍ରାମର ଜନସାଧାରଣ ଏଥିପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତା ନିର୍ମାଣ ପାଇଁ ଏସବୁ ଗ୍ରାମର ଅଧିବାସୀମାନେ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ନେଉନାହାନ୍ତି। ତେଣୁ ତୁରନ୍ତ ଏହି ରାସ୍ତା ନିର୍ମାଣ ପାଇଁ ଦାବି ହେଉଛି।





