ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା’ଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଅପ୍ରେଲ ୧ ତାରିଖ ଦିନ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ।
ସେହିପରି ଅପ୍ରେଲ ୨୬ ତାରିଖରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ’ଙ୍କ ଜୟନ୍ତୀ ଉତ୍ସବରେ ଉକ୍ତ ସ୍ଥାନରେ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯିବ। ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀଭାବରେ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା , ଅମେଶ ଲିମ୍ମା , ସୁଲତା ଶୁଭଦର୍ଶନୀ , ରାମଶଙ୍କର ଗନ୍ତାୟତ , ଚିତ୍ରା ରଥ , ସୁମିତ୍ରା କୁମାରୀ ଜେନା , ପଦ୍ମନି କୁମାରୀ ପଣ୍ଡା, ସୁଜାତା ନନ୍ଦ ବବିତା ପୁରୋହିତ ଓ ଅନିତା ଦାସ ପ୍ରମୁଖ ବିଚାରକ ମଣ୍ଡଳୀ ଭାବରେ ଉପସ୍ଥିତ ଥିଲେ। ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ତୁଷାରମୟ ସେନାପତି ଉପସ୍ଥିତ ଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ’ଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।





