ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ତୃତୀୟ ଓ ପଞ୍ଚମ ବୃତ୍ତିରେ କୃତିତ୍ବ ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭାରତ ଭୂଷଣ ସାହୁ, ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ସ୍ବାଇଁ, ସମାଜସେବୀ ହରିଶଙ୍କର ପାତ୍ର ପ୍ରମୁଖ ଯୋଗଦେଇ ଥିଲେ। ଚଳିତ ଶିକ୍ଷା ବର୍ଷରେ ମୋଟ ତୃତୀୟ ଶ୍ରେଣୀ ୧୮୩ ଜଣ ଓ ପଞ୍ଚମ ଶ୍ରେଣୀ ବୃତ୍ତି ଦେଇଥିବା ୧୮୨ ଜଣ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ତୃତୀୟ ବୃତ୍ତି ପାଇଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୭ ଜଣ ମେରିଟ୍ ଓ ୭ ଜଣ ବିପିଏଲ ଛାତ୍ରଛାତ୍ରୀ କୃତିତ୍ବ ହୋଇଥିଲେ। ସେହିପରି ପଞ୍ଚମ ବୃତ୍ତି ରେ ମଧ୍ୟ ୭ ଜଣ ମେରୀଟ୍ ଓ ୭ ଜଣ ବିପିଏଲ ଅନୁସାରେ କୃତିତ୍ବ ହୋଇଛନ୍ତି। ଏହି ଅବସରରେ ଗୁରୁବାର ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ସେହି କୃତି ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରିବା ସହ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ୍ କରାଯିବା ସହ ସେହି ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା। ଏଥିରେ ୧୩ ଗୋଟି ଆଞ୍ଚଳିକ ସାଧନକେନ୍ଦ୍ରର ସଂଯୋଜକ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ।





