ଓଡ଼ିଶାବାସୀଙ୍କ ସ୍ବାଭିମାନର ଦିନ ‘ଉତ୍କଳ ଦିବସ’

୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ। ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ। ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ” ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା। ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.