ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଉଦଘାଟିତ

ସୋନପୁର,୨୯/୮ : ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜିଲା ଟୀକା ଭଣ୍ଡାର ଉଦଘାଟିତ ହୋଇଯାଇଛି । ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରାୟ ୬୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏହି ଟୀକା ଭଣ୍ଡାରକୁ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦଘାଟନ କରିବା ସହ ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ମୂଲ୍ୟବାନ ଟୀକା ସଂରକ୍ଷିତ ହୋଇ ରହିବାର ବ୍ୟବସ୍ଥା ଥିବାରୁ ଏହାର ସଠିକ ପରିଚାଳନା ଉପରେ ବିଭାଗୀୟ ଅଧିକାରୀମାନେ ବିଶେଷ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଏହି ଉଦଘାଟନୀ ଉତ୍ସବରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ.ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ.ଦୈତ୍ୟନାରାୟଣ ପାଢୀ, ଜିଲା ମାଲେରିଆ ନିରାକରଣ ଅଧିକାରୀ ଡ.ନବକିଶୋର ବେହେରା, ଜିଲା ଯକ୍ଷ୍ମା ନିୟନ୍ତ୍ରଣ ଅଧିକାରୀ ଡ.ପଦ୍ମହଂସା ଦୋରା, ଜିଲା କୁଷ୍ଠ ନିରାକରଣ ଅଧିକାରୀ ଡ.ପ୍ରମୋଦ ଚନ୍ଦ୍ର ବିଶ୍ୱାଳ, ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନର ଜିଲା ସଂଯୋଜକ ମନୋରଞ୍ଜନ ସାହୁ, ଜିଲା ସହକାରୀ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, କେନ୍ଦ୍ରୀୟ ଷ୍ଟୋର ଫାର୍ମାସିଷ୍ଟ ତାରିଣୀ ଚରଣ ପାତ୍ର ପ୍ରମୁଖଙ୍କ ସହ ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ଅସିତ ବଡପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର ଦାସ ଓ ବିଭାଗୀୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସୋନପୁର ଜିଲ୍ଲା ପ୍ରତିନିଧି ସୁଶାନ୍ତ କୁମାର ସାହୁଙ୍କ ରିପୋର୍ଟ odiabarta.in

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.