ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ଥାନା ଅନ୍ତର୍ଗତ ବଲବସପୁର-ବୁଢୀପଦର ଗାଁ ସୀମା ନିକଟସ୍ଥ ରୁଗୁଡି ଖାଳରେ ଆଜି (ଶନିବାର) ସକାଳୁ ଜଣେ ମହିଳାଙ୍କ ଗଳିତ ମୃତଦେହ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଲୋକେ ନର୍ଲା ପୋଲିସକୁ ଖବର ଦେଇଥିଲେ। ଖବର ଲେଖାଯିବା ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳି ପାରିନାହିଁ। ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।






