ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସରକାରୀ ବାସଭବନ ଠାରେ ଚ଼ିଲିକା ନିର୍ବାଚନ ମଣ୍ଡଳୀ ସ୍ଥିତ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ବିଜୁ ଜନତା ଦଳର ଯୁବ ସଂଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ୩ ନଂ ୱାର୍ଡ଼ର କାଉନସିଲର ଶ୍ରୀ ଅଭିମନ୍ୟୁ ପ୍ରଧାନ, ୧୫ ନଂ ୱାର୍ଡ଼ର କାଉନସିଲର ଶ୍ରୀମତୀ ଅଞ୍ଜଳୀ ପ୍ରଭା ତ୍ରିପାଠୀ, ୭ ନଂ ୱାର୍ଡ଼ର କାଉନସିଲର ଶ୍ରୀମତୀ ଅଞ୍ଜନା ପ୍ରଧାନ, ୧୨ ନଂ ୱାର୍ଡ଼ର ପୂର୍ବତନ କାଉନସିଲର ଶ୍ରୀ ହୃଷିକେଶ ନାୟକ, ୧୦ ନଂ ୱାର୍ଡ଼ର ପୂର୍ବତନ କାଉନସିଲର ଶ୍ରୀ ସୁଧାକର ଭୋପାଙ୍କ ସମେତ ୨୫ରୁ ଉର୍ଦ୍ଧ୍ବ ଆଗଧାଡ଼ିର କର୍ମକର୍ତ୍ତା ବିଜୁ ଜନତା ଦଳତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝି, ମାନ୍ୟବର ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି।
ଦଳରେ ଯୋଗଦାନ କରିଥିବା ସମସ୍ତ କର୍ମକର୍ତ୍ତାଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ସ୍ବାଗତ କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜଣାଇବା ସହ ଆପଣମାନଙ୍କର ଏହି ଯୋଗଦାନ ଆଗାମୀ ଦିନରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ବିକାଶ ଓ ଦଳୀୟ ସଂଗଠନ ଆହୁରି ସୁଦୃଢ଼, ସକ୍ରିୟ ଏବଂ ଗତିଶୀଳ କରିବ ବୋଲି ମତବ୍ୟକ୍ତ କରିଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ଭାଜପା ପ୍ରବକ୍ତା ଶ୍ରୀ ସୁଦୀପ୍ତ ରାୟ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ନଗର ମଣ୍ଡଳ ଭାଜପା ସଭାପତି ଶ୍ରୀ ସଚ଼ିନ୍ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ଶ୍ରୀ ନନ୍ଦକିଶୋର ମିଶ୍ର, ଶ୍ରୀ ଭଗବାନ ପ୍ରଧାନ, ବାଣପୁର ନଗର ମଣ୍ଡଳ ଭାଜପା ପ୍ରଭାରୀ ଶ୍ରୀ ରାଜକିଶୋର ପଣ୍ଡା, ବାଣପୁର ନଗର ମଣ୍ଡଳ ଭାଜପା ମହିଳା ମୋର୍ଚ୍ଚା ସଭାପତି ଶ୍ରୀମତୀ ବନଜା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।






