ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଏପାସ୍ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ BMW କାର୍ ରାସ୍ତା ପାର୍ଶ୍ୱରେ ଯାଉଥିବା ହାଇୱାକୁ ପଛପଟୁ ଧକ୍କା ଦେବାରୁ କାର୍ରେ ଥିବା ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଅଞ୍ଚଳର ପିଣ୍ଟୁ ବାଗ ଓ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳର ଗୌତମ ନାଏକ। ଧକ୍କା ଏତେ ଜୋରଦାର ଥିଲା ଯେ BMW କାର୍ଟି ସମ୍ପୂର୍ଣ୍ଣ ଚୁର୍ମାର ହୋଇଯାଇଥିଲା। ଖବର ପାଇ ଭବାନୀପାଟଣା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଚଳାଇଛି।





