ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା କାଶୀନଗର ସ୍ଥିତ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ ଯୋଗ ଦେଇ ଅଭିଯୋଗ ଶୁଣାଣୀ କରିଥିଲେ । ଏହି ଶିବିର କାର୍ଯ୍ୟକ୍ରମରେ କାଶୀନଗର ପଞ୍ଚାୟତ ସମିତିର ମୋଟ- ୨୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୧୦ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରା ଯାଇଥିଲା ଓ ଜଣେ ଦିବ୍ୟାଙ୍ଗଙ୍କୁ ଵିଵାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି: ସାୟାମ୍ମା ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.