ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ସ୍ଥିତ ସରିଆଁ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାହାଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଇକୋ କ୍ଲବର ଆବାହକ ଶିକ୍ଷକ ବାସୁଦେବ ବାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ଓ ପରିଚାଳନା କମିଟିର ସଭ୍ୟ/ସଭ୍ୟାଙ୍କ ଦ୍ୱାରା ବନ ମହୋତ୍ସବ ସପ୍ତାହ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ପରିସରରେରେ ବିଭିନ୍ନ ଛୋଟ ଓ ବଡ଼ ବୃକ୍ଷଗୁଡିକ ଲଗାଇ ପରିବେଶ ପ୍ରତି ସଚେତନ ହେବା ପାଇଁ ସମାଜକୁ ନୂତନ ବାର୍ତ୍ତା ଦେବା ସହ ପ୍ରଧାନ ଶିକ୍ଷକ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନିଜ ନିଜ ମାଆଙ୍କ ନାମରେ ଘରେ ଗୋଟିଏ ଲେଖାଏଁ ଗଛ ଲଗାଇ ସେଗୁଡିକର ଉପଯୁକ୍ତ ଯତ୍ନ ନେବାକୁ ଆହ୍ୱାନ ଦେଇଥିଲେ। ବୃକ୍ଷରୋପଣ ପରେ ପରିବେଶ ସୁରକ୍ଷାରେ ଛାତ୍ରଛାତ୍ରୀ ମାନଙ୍କ ଭୂମିକା ଉପରେ ଆଲୋକପାତ କରିବା ସହିତ ପରିବେଶ ସୁରକ୍ଷା ପାଇଁ ଶପଥ ପାଠ କରାଇଥିଲେ।






