କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି
ଓଡ଼ିଆ ବାର୍ତ୍ତା/ କୋରାପୁଟ (ସୁନ୍ଦର କୁମାର ପାଣି): ବିଭିନ୍ନ ଶିକ୍ଷାଗତ ପ୍ରସଙ୍ଗକୁ ନେଇ କୋରାପୁଟରେ ଛାତ୍ର ଓ ଯୁବ ଗୋଷ୍ଠୀ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟର ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରି ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ବିକ୍ଷୋଭକାରୀମାନଙ୍କ ଅଭିଯୋଗ ଅନୁଯାୟୀ, ଶିକ୍ଷା କ୍ଷେତ୍ରରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସରକାର ଆଶାନୁରୂପ ପଦକ୍ଷେପ ନେଇନାହାନ୍ତି। ଏହାର ପ୍ରତିବାଦରେ ସେମାନେ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ କରିବା ସହ ନିଜ ଦାବି ଉପସ୍ଥାପନ କରିଥିଲେ। ବିକ୍ଷୋଭ ସମୟରେ ଛାତ୍ର ଓ ଯୁବ ପ୍ରତିନିଧିମାନେ ଶିକ୍ଷା ବ୍ୟବସ୍ଥାର ସୁଧାର, ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ ଏବଂ ଦାୟିତ୍ୱ ନିର୍ବାହରେ ବିଫଳତା ପାଇଁ ସମ୍ପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ବିକ୍ଷୋଭ ସମୟରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଥିବା ବେଳେ ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ମୁତୟନ ଥିଲେ।





