ଓଡ଼ିଆ ବାର୍ତ୍ତା/ ମୁରିବାହାଲ (ଅମରେଶ ମାଝୀ): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଡିଓ ବାସନ୍ତି ସେଠୀ, ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ସମ୍ପାଦକ ଅଗସ୍ତି ବଘାର,ପ୍ରେସ କ୍ଲବ ସଭାପତି ପ୍ରଫୁଲ୍ଲ ବଘାର,ବିଧାୟକ ପ୍ରତିନିଧି ଗଙ୍ଗାଧର ହେର୍ଣ୍ଣାଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ପୁର୍ବରୁ ପ୍ରାଥମିକ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରକାରର ପ୍ରତିଯୋଗିତା କରାଯିବାକୁ ନିଷ୍ପଭି ନିଆଯାଇ ଦାୟିତ୍ଵ ପ୍ରଦାନ କରାଯାଇଥିଲା।ସ୍ବାଧୀନତା ଦିବସଦିନ ସକାଳୁ ପ୍ରଭାତ ଫେରି, ରାମଧୁନ ଗାନ, ନିଜ ନିଜ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ ପରେ ପଞ୍ଚାୟତି ହାଇସ୍କୁଲ ଖେଳ ପଡିଆରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା । ଅତିଥି ମାନଙ୍କ ଦ୍ଵାରା ସମବେତ ପ୍ୟାରେଡ ଅଭିବାଦନ ଗ୍ରହଣ କରିସାରିବା ପରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ଦଳୀୟ ଆକାରରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ପାଇଁ ନିଷ୍ପରି ନିଆଯାଇଥିଲା । ଏହି ପ୍ରସ୍ତୁତି ବୈଠକରେ ଏଇ ଅବିନାଶ ମୁଦି, ଜିପିଡିଓ ପ୍ରସନ୍ନ କୁମାର ନାଗ, ଏବିଇଓ କୋଦଣ୍ଡଧର ଭୋଇ, ଦମକଳ ବିଭାଗ ଓଆଇସି ଶ୍ରୀକାନ୍ତ ସେଠ୍, ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ରଜନୀକାନ୍ତ ବାଗ, ପ୍ରଧାନଆଚାର୍ଯ୍ୟ ସୁମନାନନ୍ଦ ଖମାରୀ, ଖେଳ ଶିକ୍ଷକ ରାଧେକୃଷ୍ଣ ବଘାର,ରାଜ ସିଂ ବାବୁ, ରୁପେଶ ଷାଣ୍ଡ, ବିକାଶ ମଞ୍ଚ ସଭାପତି ଫାଲଗୁନୀ ହାତୀ,ସାମ୍ବାଦିକ ଅମରେଶ ମାଝୀ,ଗିରିଧାରୀ ସାହୁ, ପ୍ରେମାନନ୍ଦ ତାଣ୍ଡି, ଜୟନ୍ତ କୁମାର ସାହୁ, ନବୀନ ତାଣ୍ଡି,କେଦାର ବଡଜେନା,ଙ୍କ ସହ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ, ଶିକ୍ଷକ ଓ ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନାରେ କରିଥିଲେ । ଶେଷରେ ବିଏସଏସଓ ରିଙ୍କୁ ମେହେର ଧନ୍ୟବାଦ ଦେଇଥିଲେ।





