ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ଉପକଣ୍ଠରେ ଥିବା ଗୁମ୍ମା ବ୍ଲକ ଅନ୍ତର୍ଗତ ପଦ୍ମପୁର ଠାରେ ଥିବା ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିଟିସି ସଂଯୋଜକ ଶକ୍ତି ପ୍ରସାଦ ପଟନାୟକ, ଏସ ଡବ୍ଲ୍ୟୁଡବ୍ଲ୍ୟୁଏସ ର ପ୍ରକଳ୍ପ ପରିଚାଳିକା ପି.ସୁନିତା ଏବଂ ସଂଯୋଜକ ସୁନୀଲ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଏଚଆଇଭି/ଏଡ଼ସ ର ସଚେତନତା ନିମନ୍ତେ ସୂଚନା, ଶିକ୍ଷା ଓ ଯୋଗାଯୋଗ ଵା ପ୍ରଚାର ପ୍ରସାର କୁ ବ୍ୟାପକ କରିବା ପାଇଁ ଦୁଇ ମାସିଆ କାର୍ଯ୍ୟକ୍ରମ ଆନ୍ତର୍ଜାତିକ ଯୁବ ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଉଦଘାଟନି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଡ଼ସ ର କାରଣ, ନିରାକରଣ, ଇତିହାସ ଓ ଦେଶ, ରାଜ୍ୟ, ଜିଲ୍ଲା ରେ ଏଡ୍ସ ରୋଗୀ ସଂଖ୍ୟା ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୂଚନା ଦେଇଥିଲେ। ଏସଟିଆଇ, ଆରଟିଆଇ ବିଷୟରେ ଅବଗତ କରାଇ ଥିଲେ। ଏଡ୍ସ ରୋଗୀ ଙ୍କ ପ୍ରତି ସ୍ନେହ ଓ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସାହିତ କରା ଯାଇଥିଲା । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମଟିକୁ ୱାଇ:ଆର:ସି ସଂଯୋଜିକା କଳ୍ପନା ପଣ୍ଡା ପରିଚାଳନା କରିବା ସହ ଶେଷରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଓ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.