ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର 

ଓଡ଼ିଆ ବାର୍ତ୍ତା/ ବୋଡେନ (ରିଖିରାମ ଦଳ): ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଝଗ୍ରାହୀ ୪ ଛକ ନିକଟ ବିଜୁ ଏକ୍ସପ୍ରେସ୍ ରାସ୍ତାରେ  ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଚାପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ କୋମନା ଥାନା ଅନ୍ତର୍ଗତ ଧୁମାଭଟା ଗ୍ରାମର ଗୁପତ ବେମାଲ ବୋଲି ଜଣାପଡ଼ିଛି। ସେହିପରି ଗୁରୁତର ଆହତ ବ୍ୟକ୍ତି ଜଣକ କୋଟ୍ରିବାହାଲ ଗ୍ରାମର ଭୁବନେଜାଲ ବୋଲି ଜଣାପଡ଼ିଛି। ଖବର ପାଇ କୋମନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ ଏବଂ ଟ୍ରକ ସମ୍ପର୍କରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଅନ୍ୟପକ୍ଷରେ, ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ବିଜୁ ଏକ୍ସପ୍ରେସ ରାସ୍ତା ଅବରୋଧ କରି ଧାରଣାରେ ବସିଥିବା ଫଳରେ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଛି। ପୋଲିସ ଆଲୋଚନା କରି ପରିସ୍ଥିତି ସ୍ବାଭାବିକ କରିବାକୁ ଉଦ୍ୟମ ଜାରି ରଖୁଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.