ଓଡ଼ିଆ ବାର୍ତ୍ତା/ ସଇଁତଲା (ରମାକାନ୍ତ ରାଜପଲିଆ): ସଇଁତଲା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଏନଆଇଏଲପି) ସମ୍ବନ୍ଧୀୟ ଏକ ବ୍ଲକ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିଆରସିସି ନାରାୟଣ ଭୋଇ ମୁଖ୍ୟ ଅତିଥି, ସଇଁତଲା ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁନିତା ବୋଇ ପାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ଦେଇଥିଲେ | କାର୍ଯ୍ୟକ୍ରମରେ ବିଦ୍ୟାଳୟ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ | ଜ୍ୟୋତି ମହାପାତ୍ର, ପ୍ରମୋଦ ବୁଡ଼େକ, ହରେକୃଷ୍ଣ ନାଗ, ଶେଷଦେବ ପଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |





