କେଓମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ ସଇଁତଲା (ରମାକାନ୍ତ ରାଜପଲିଆ): ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ କେଓମାଲ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଜୁନିଅର ରେଡ୍‌କ୍ରସ କାଉନସେଲର ସୁଶାନ୍ତ ଭୋଇ ସ୍ୱାଗତ ଭାଷଣ ପ୍ରଦାନ କରି ପ୍ରାଥମିକ ଚିକିତ୍ସାର ଗୁରୁତ୍ୱ, ଦୁର୍ଘଟଣା ସମୟରେ ତୁରନ୍ତ ଆବଶ୍ୟକ ସହାୟତା ଏବଂ ଜୀବନ ରକ୍ଷାରେ ଏହାର ଭୂମିକା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରାଇଥିଲେ । ଶିକ୍ଷକ ସଞ୍ଜୀବ କୁମାର ପ୍ରଧାନ ଓ ରାଜେଶ କୁମାର ମେହେରଙ୍କ ସମେତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ପ୍ରାଥମିକ ଚିକିତ୍ସା ସମ୍ପର୍କିତ ବିଭିନ୍ନ ସଚେତନତାମୂଳକ ତଥ୍ୟ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଥିଲା । ଶେଷରେ ବରିଷ୍ଠ ଶିକ୍ଷକ ଦୟା ସାଗର ପାଣ୍ଡେ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.