ଲାଞ୍ଜିଗଡ଼ରେ ମନରେଗା ଜନଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି। ବିଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପ୍ରଦ୍ୟୁମ୍ନ କୁମାର ଦାସ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ଦୀପ ନାଏକ, ପୂର୍ବତନ ଉପାଧ୍ୟକ୍ଷ ଜଗଦୀଶ ବେନିଆ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଶିବିରରେ ୨୦୨୫-୨୬ ଆର୍ଥିକ ବର୍ଷର ୧ ଅକ୍ଟୋବର ୨୦୨୫ ରୁ ୩୧ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟର ସାମାଜିକ ସମୀକ୍ଷା କରାଯାଇଥିଲା। ୨୬ ଗୋଟି ପଞ୍ଚାୟତର ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ, ଯନ୍ତ୍ରୀ, ପିଇଓ, ଜିଆରଏସ, ଭିଆରପି ଓ ଜବ କାର୍ଡଧାରୀ, ଗାଁ ସାଥୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ଅଡିଟର ବିମଳ ବାଗ ପରିଚାଳନା କରିଥିବା ବେଳେ ଏପିଓ ସଞ୍ଜିତ କୁମାର ପରିଡା ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.