ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ସ୍ଥିତ କଂଗ୍ରେସ ଭବନ ପରିସରରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି । ଏହି ଅବସରରେ କଂଗ୍ରେସ ଭବନ ମଧ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲାକା,ରାୟଗଡ଼ା ବିଧାୟକ ଆପୋଲ ସ୍ୱାମୀ କାଡ୍ରାକାଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ । ଉପସ୍ଥିତ ନେତା ଓ କର୍ମୀମାନେ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । କାର୍ଯ୍ୟକ୍ରମରେ ଗାନ୍ଧୀଜୀଙ୍କ ଅହିଂସା,ସତ୍ୟ ଓ ଶାନ୍ତିର ଆଦର୍ଶ ସହ ଲାଲ ବାହାଦୁର ଶାସ୍ତ୍ରୀଙ୍କ ସରଳତା,ଦେଶପ୍ରେମ ଓ ତ୍ୟାଗମୟ ଜୀବନକୁ ସ୍ମରଣ କରାଯାଇଥିଲା । ଏହି ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ଆଦର୍ଶକୁ ଅନୁସରଣ କରି ସମାଜ ଓ ଦେଶର ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ଉପସ୍ଥିତ କଂଗ୍ରେସ କର୍ମୀମାନେ ଆହ୍ୱାନ ଦେଇଥିଲେ ।





