ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରିଖିରାମ ଦଳ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୬୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ସେଥିମଧ୍ୟରୁ ୫୭ଟି ବ୍ୟକ୍ତିଗତ ଓ ୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜ଼ିଲ୍ଲାପାଳ ସୁର୍ମୀ ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଇଶାନୀ ମିତ୍ର, ବନଖଣ୍ଡ ଅଧିକାରୀ କେନ୍ଦୁପତ୍ର, ଏ. ମାଧବୀଲତା ଏବଂ ଖଡ଼ିଆଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ ନସୀମ ଓ ଖଡ଼ିଆଳ ତହସିଲଦାର ନରସିଂହ ଗଡ଼ବା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଅଭିଯୋଗ ଶୁଣାଣି ଶିବିର ଅବସରରେ ବ୍ଲକ ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ସହ ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜିତ ହୋଇଥିଲା।





