ବେଲକଣାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ପଦ୍ମନ ଭତ୍ରା): ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତର ବେଲକଣାରେ ଥିବା ସରକାରୀ ପ୍ରାଥମିକ ସେବାଶ୍ରମ ବିଦ୍ୟାଳୟ ପରିସରରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ ହୋଇଛି । ଆଞ୍ଚଳିକ ସାଧନ ସଂଯୋଜକ ବା ସିଆରସିସି ଉମାକାନ୍ତ ବେହେରା ଙ୍କ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳା ସହ ଆୟୋଜିତ ହୋଇଯାଇଛି ।ଏଥିରେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଏସ ଅନିଲ କୁମାରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠି ଶିକ୍ଷାଧିକାରିଣୀ ପ୍ରତିଶ୍ରୁତି ସିଂ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଥିବା ବେଳେ ସମ୍ମାନିତ ଅତିଥି ଭାବେ ସିକରପାଇ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରତାପ କୁମାର ବଛା,ବିରିଡ଼ା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଞ୍ଜନ ମିଶ୍ର,ସିକରପାଇ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ତାପସ ଦଳାଇ,ଏସ ଏମ ସି ଅଧ୍ୟକ୍ଷ ସଦାନନ୍ଦ ମିଣିଆକା ମଞ୍ଚାସିନ ରହିଥିଲେ । ଶିକରପାଇ ଆଞ୍ଚଳିକ ସାଧନା କେନ୍ଦ୍ର ର ୧୩ଟି ବିଦ୍ୟାଳୟ ରୁ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗର ୧୫୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ମାନେ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଛାତ୍ର ଛାତ୍ରୀ ମାନଙ୍କୁ ନେଇ କୁଇଜ, ବିତର୍କ, ପ୍ରବନ୍ଧଲିଖନ, ଚିତ୍ରାଙ୍କନ, ସୃଜନଶୀଳ ଲିଖନ,ବକୃତା, ସଂଗୀତ,ଓଡ଼ିଆ ହସ୍ତାକ୍ଷର,ଶ୍ରୁତି ଲିଖନ,ଦଳଗତ ନୃତ୍ୟ,ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କ ଚିତ୍ରାଙ୍କନ, ସଂଗୀତ ସଂସ୍କୃତିକ କାର୍ଯ୍ୟକ୍ରମ,ପିଏମ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ,ଭଳି ୧୩ଟି ପ୍ରତିଯୋଗିତା ଆୟୋଜନ ହୋଇଥିଲା | ଏଥିରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ବିଭାଗର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରିବା ସହ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୩ଜଣ ପ୍ରତିଯୋଗୀ ମାନେ ବ୍ଲକ ସ୍ତରୀୟ ସୁରଭିରେ ଭାଗ ନେବେ ବୋଲି ଜଣାପଡିଛି । ଉକ୍ତ କାର୍ଯ୍ୟକ୍ରମରେ ମନୋରଞ୍ଜନ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରସାଦ ଗୌଡ଼ ଧନ୍ୟବାଦ ଅର୍ପଣ କରିଥିଲେ | କ୍ଲୋଷ୍ଟର ୧୩ଟି ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.