ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଖଇରମାଳ ପରିସରରେ ଖଇରମାଳ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୬ ସମ୍ପନ୍ନ ହୋଇଯାଇଛି। ଖଇରମାଳ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଫିରୋଜ କୁମାର ପଧାନଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କୁର୍ମେଲ ଗ୍ରାମ ପଞ୍ଚାୟତର ସରପଞ୍ଚ ସୁଭଦ୍ରା ମାଝୀ, ମୁଖ୍ୟ ବକ୍ତା ଭାବେ ଘୋଡ଼ାବନ୍ଧ ସିଆରସିସି ଚୌଧୁରୀ ମାଝୀ, ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ବୁଦେଲଗୁମା ହାଇସ୍କୁଲର ପ୍ରଧାନ ଶିକ୍ଷକ ହେମାଦ୍ରି ବରିହା, ଜୁର୍କାଭଟା ଉ.ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଟଙ୍କଧର ନିଆଲ, ଖଇରମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁବାଷ ମାଝୀ, ଜାମପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦଇତାରି ଭୋଇ ତଥା କ୍ଲଷ୍ଟର ଅନ୍ତର୍ଗତ ଅନ୍ୟ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୋଗ ଦେଇଥିଲେ। ଏଥିରେ କ୍ଳଷ୍ଟର ଅନ୍ତର୍ଗତ ୧୦ଟି ପ୍ରାଥମିକ, ଏବଂ ଗୋଟିଏ ଲେଖାଏଁ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ମୋଟ ୧୦୨ ଜଣ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରତିଯୋଗୀତା ଯଥା ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ଏବଂ ଉପକନିଷ୍ଠ ବର୍ଗରେ ଚିତ୍ର, ଗଳ୍ପକଥନ, ଗଣିତ ଦୌଡ଼ ଓ ଗଣିତ କୁଇଜ ରେ ସଫଳତାର ସହ ଅଂଶଗ୍ରହଣ କରିଥିଲେ। କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା।
ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ବ୍ଲକ ସ୍ତରୀୟ ସୁରଭିରେ ଯୋଗଦେବେ ବୋଲି ଜଣାପଡିଛି।କାର୍ଯ୍ୟକ୍ରମରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ୨୪ ଜଣ ଶିକ୍ଷକ/ଶିକ୍ଷୟିତ୍ରୀ ବିଚାରକ ଭାବେ ଯୋଗଦାନ କରି ସହଯୋଗ କରିଥିଲେ। ଏବଂ ବମକ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ ଉଗ୍ରସେନ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବୁଦେଲଗୁମା ହାଇସ୍କୁଲ ର ଶିକ୍ଷକ ଶ୍ରୀ ସୁଶାନ୍ତ ଛତ୍ରିଆ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିଶେଷରେ ସିଆରସିସି ଫିରୋଜ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।






