ରାୟଗଡାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବାତ୍ୟା ସମୀକ୍ଷା

ଓଡ଼ିଆ ବାର୍ତ୍ତା/ ରାୟଗଡା (ପଦ୍ମନ ଭତ୍ରା): ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିର ତଦାରଖ ତଥା ସ୍ଥିତି ଅନୁଧ୍ୟାନ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାୟଗଡ଼ାରେ ପହଞ୍ଚିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି କିଭଳି ରହିଛି ଏଥିରେ ଜିଲ୍ଲାପାଳ ଏସପିଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହି ‘ଜିରୋ କାଜୁଆଲିଟି’ ଲକ୍ଷ୍ୟ ନେଇ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ‘ଜିରୋ କାଜୁଆଲିଟି’ ବା ଶୂନ ମୃତ୍ୟୁହାର ଲକ୍ଷ୍ୟକୁ ଗୁରୁତ୍ୱ ଦେଇ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଡେରା ପକାଇଛନ୍ତି । ସେହି କ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାୟଗଡ଼ାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ସେପଟେ ରାୟଗଡ଼ାରେ ବର୍ତ୍ତମାନ ସୁଦ୍ଧା ସେଭଳି ଭୀଷଣ ବର୍ଷା ହୋଇନଥିବାରୁ ଭୟଭୀତ ନହେବାକୁ ସେ ରାୟଗଡାବାସୀଙ୍କୁ ଅନୁରୋଧ କରିଛନ୍ତି । ଏଥିସହ ସାଧାରଣ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ରାଜ୍ୟ ସରକାର ଓ ପ୍ରଶାସନ ପ୍ରତ୍ୟକ ସ୍ତରରେ ସଜାଗ ରହିଛି ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଶ୍ରୀମତୀ ପରିଡ଼ାଙ୍କ ସହ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି, ଏସ ପି ରାଜ ପ୍ରସାଦ, ଏ ଡି ଏମ ରବୀନ୍ଦ୍ର କଂହର ପ୍ରମୁଖ ଉପସ୍ଥିତ ରହିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.