କୋକସରା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ଶିଶୁଙ୍କ ଲୁକାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରିବାର ଏକ ପ୍ରକୋଷ୍ଟ ମାଧ୍ୟମ ହେଇଛି ବିଦ୍ୟାଳୟ ସ୍ତରରେ ହେଉଥିବା ଶିଶୁମହୋତ୍ସବ ସୁରଭି କାର୍ଯ୍ୟକ୍ରମ।ପ୍ରାଥମିକ ରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ଫୁଟିତ କରିବା ତଥା ରାଜ୍ୟ ଓ ଦେଶରେ ସେମାନଙ୍କ ପ୍ରତିଭା କୁ ନିଦର୍ଶନ ଲକ୍ଷ୍ୟ ନେଇ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ।ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅନ୍ତର୍ଗତ ମାଝୀଗୁଡା ମହାତ୍ମା ଗାନ୍ଧୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ମହେଶ କୁମାର ଭାଟିଙ୍କ ସଭାପତିତ୍ୱରେ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଧର୍ମଗଡ଼ ବିଧାୟକ ମୌଷଧି ବାଗ, ସମ୍ମାନିତ ଅତିଥି ଭାବେ କୋକସରା ତହସିଲଦାର ଚୋଡ଼ଗଙ୍ଗ ପ୍ରଧାନ, ଜବାହର ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ଉପେନ୍ଦ୍ର କୁମାର ଦୀପ, ବିଆରସିସି ତୋଫାନ ମାଝୀ, ଏବିଇଓ ସଞ୍ଜୀବ କୁମାର ପାଢୀ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।କୋକସରା ବ୍ଲକ ର ୧୧ ଗୋଟି କ୍ଲଷ୍ଟର ର ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଭାଷା ସମୃଦ୍ଧ ଓଡିଶା କୁ ନେଇ ସୁରଭି ମହୋତ୍ସବ ର ବିଷୟବସ୍ତୁ ରହିଛି।ଅପରାହ୍ନ ରେ ଉଦଯାପିତ କାର୍ଯ୍ୟକ୍ରମ ଵିଇଓ ମହେଶ କୁମାର ଭାଟି ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ମୁଖ୍ୟ ବକ୍ତା ଭାବେ କୋକସରା ବିଡ଼ିଓ ଡ଼. ହିମାଞ୍ଚଳ ମାଝୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀ, ବିଆରସିସି ତୋଫାନ ମାଝୀ,ଏବିଇଓ ସଞ୍ଜୀବ କୁମାର ପାଢୀ, ଏବିଇଓ ଶ୍ରୀମନ୍ତ ଧରୁଆ,ପ୍ରଧାନ ଶିକ୍ଷକ ମାଝୀଗୁଡା ଉଚ୍ଚ ବିଦ୍ୟାଳୟ ପ୍ରଦୀପ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ ।ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ବର୍ଗ ରେ ଅନୁଷ୍ଠିତ ପ୍ରତିଯୋଗିତା ର କୃତି ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତ ଅତିଥିମାନେ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ। କୃତି ଛାତ୍ରଛାତ୍ରୀ ମାନେ ପରବର୍ତ୍ତୀ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଭାଗ ନେବାକୁ ମନୋନୀତ ହୋଇଛନ୍ତି। ଉଦଯାପିତ କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶିଶୁ ମହୋତ୍ସବ ସୁରଭି ମଞ୍ଚ କୁ ନୋଡାଲ ସିଆରସିସି ବୈକୁଣ୍ଠ ଜାଲ, ଶିକ୍ଷକ କ୍ଷୀରସିନ୍ଧୁ ବାଣୁଆ ମଞ୍ଚ ସଂଯୋଜନା ରେ ସହଯୋଗ କରିଥିଲେ। ପରିଶେଷରେ ଏବିଇଓ ଶ୍ରୀମନ୍ତ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ ବ୍ଲକ ର ୧୧ ଗୋଟି କ୍ଲଷ୍ଟର ରେ ଥିବା ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସୁରଭି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.