ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ରୁପ୍ରାରୋଡର ବରିଷ୍ଠ ସାମ୍ବାଦିକ ଅନିଲ କୁମାର ଅଗ୍ରୱାଲଙ୍କୁ ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଛି। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିଅନ (କେଡିୟୁଜେ) ପକ୍ଷରୁ କେସିଙ୍ଗାରେ ଆୟୋଜିତ ଜାତୀୟ ପ୍ରେସ ଦିବସ ଅବସରରେ ଶ୍ରୀ ଅଗ୍ରୱାଲଙ୍କୁ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଇନସାଇଟ ଏରା ସମ୍ବାଦପତ୍ରର ସମ୍ପାଦକ ମନୋଜ କୁମାର ସତପଥି, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରଓ୍ବାନ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ଜଗନ୍ନାଥ ସେବା ସମିତିର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରଓ୍ବାଲ, କେସିଙ୍ଗା ଏନଏସି ସାଂସଦ ପ୍ରତିନିଧି ବଣ୍ଟି ଜୈନ, କେଡିୟୁଜେ ସଭାପତି କମ୍ବୁପାଣି ମିଶ୍ର, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ, ଜିଲ୍ଲା ମହାସଚିବ ସନ୍ତୋଷ କୁମାର ସିଂଦେଓ, ସଂଗଠନ ସମ୍ପାଦକ ଅଂଶୁମାନ ପାତ୍ର ପ୍ରମୁଖ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ।





