ସାମ୍ବାଦିକ ରମେଶ ଚନ୍ଦ୍ର ନାୟକ ପାଇଲେ ପ୍ରଭାକର ପଟ୍ଟନାୟକ ସ୍ମୃତି ସମ୍ମାନ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ର ବରିଷ୍ଠ ସାମ୍ବାଦିକ ରମେଶ ଚନ୍ଦ୍ର ନାୟକଙ୍କୁ ଜାତୀୟ ପ୍ରେସ୍ ଦିବସ ଅବସରରେ ପ୍ରଭାକର ପଟ୍ଟନାୟକ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଛି।‌ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିଅନ (କେଡିୟୁଜେ) ପକ୍ଷରୁ କେସିଙ୍ଗାରେ ଆୟୋଜିତ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ଶ୍ରୀ ନାୟକଙ୍କୁ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଇନସାଇଟ୍ ଏରା ସମ୍ବାଦପତ୍ରର ସମ୍ପାଦକ ମନୋଜ କୁମାର ସତପଥୀ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ଜଗନ୍ନାଥ ସେବା ସମିତିର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ, କେସିଙ୍ଗା ଏନଏସି ସାଂସଦ ପ୍ରତିନିଧି ବଣ୍ଟି ଜୈନ, କେଡିୟୁଜେ ସଭାପତି କମ୍ବୁପାଣି ମିଶ୍ର, ଜିଲ୍ଲା କାର୍ଯ୍ୟକାରୀ ସଭାପତି ବିରଞ୍ଚି ନାରାୟଣ ଜାଲ, ଜିଲ୍ଲା ମହାସଚିବ ସନ୍ତୋଷ କୁମାର ସିଂଦେଓ, ସଂଗଠନ ସମ୍ପାଦକ ଅଂଶୁମାନ ପାତ୍ର ପ୍ରମୁଖ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇବା ପରେ ଲାଞ୍ଜିଗଡ଼ ସାମ୍ବାଦିକ ସମୁହ ପକ୍ଷରୁ ଶ୍ରୀ ନାୟକଙ୍କୁ ଶୁଭେଚ୍ଛା ଜଣାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.