ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ବାଲେଶ୍ୱର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ; ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ରହିବ ବନ୍ଦ
ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ଜିଲ୍ଲାରେ ଲଗାତାର ପ୍ରବଳ ବର୍ଷା ଏବଂ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିମନ୍ତେ ବାଲେଶ୍ୱର ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଆସନ୍ତା ନଭେମ୍ବର ୨୦ ତାରିଖ ଦିନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଆଦେଶ ଅନୁଯାୟୀ, ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ଏହି ନିର୍ଦ୍ଦେଶ ପରିସରଭୁକ୍ତ ହେବ। ଏଥିରେ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ କେନ୍ଦ୍ରୀୟ ବିଦ୍ୟାଳୟ (KV), ଜବାହର ନବୋଦୟ ବିଦ୍ୟାଳୟ (JNV), ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV) ଏବଂ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ସାମିଲ ରହିଛି।ଜାରି ହୋଇଥିବା ଆଦେଶରେ ଏହାର ଉଲ୍ଲଂଘନକୁ ଗୁରୁତର ସହ ନିଆଯିବା ସହ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସତର୍କ କରାଯାଇଛି। ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଏ ସମ୍ପର୍କରେ ଅବଗତ କରାଇବା ସହ ଆଦେଶର କଡ଼ାକଡ଼ି ଅନୁପାଳନ ସୁନିଶ୍ଚିତ କରିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସମସ୍ତ ବ୍ଲକ୍ ଶିକ୍ଷାଧିକାରୀ ଓ ସମ୍ପୃକ୍ତ ଅଧିକାରୀମାନଙ୍କୁ ମଧ୍ୟ ଏହାର କଡ଼ାକଡ଼ି କାର୍ଯ୍ୟକାରିତା ପାଇଁ କୁହାଯାଇଛି।





