ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଗୋଲାମୁଣ୍ଡା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ବସ୍ ଓ ସିନାପାଲି ଅଞ୍ଚଳର ଏକ କାର୍ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣା ଘଟିଛି। ଧକ୍କାରେ କାର୍ର ସମ୍ମୁଖ ଭାଗ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ ଗାଡ଼ିର ଏୟାରବ୍ୟାଗ୍ ମଧ୍ୟ ଖୋଲିଯାଇଛି। ସୂଚନା ଅନୁସାରେ, ଗୋଲାମୁଣ୍ଡା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ବସ୍କୁ ପଛପଟୁ ଏକ କାର୍ ଧକ୍କା ଦେଇଥିଲା। ଧକ୍କା ଏତେ ଜୋର୍ରେ ହୋଇଥିଲା ଯେ, କାର୍ର ବନେଟ୍ ସମେତ ସମ୍ମୁଖ ଅଂଶ ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣାରେ କେହି ଆହତ ହୋଇନଥିବା ଜଣାପଡ଼ିଛି। ଘଟଣା ପରେ ଦୁର୍ଘଟଣା ସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିଲା। ରାସ୍ତାରେ ଯାତାୟାତ କରୁଥିବା ଲୋକେ ମଧ୍ୟ ଅଟକି ଘଟଣା ସମ୍ପର୍କରେ ପଚରାଉଚରା କରିଥିଲେ। ଜନଗହଳିପୂର୍ଣ୍ଣ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଦୁର୍ଘଟଣା ଘଟିବାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ହୋଇଛି।ତେବେ ଦୁର୍ଘଟଣାର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନାହିଁ। ଘଟଣା ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡ଼ିବା ପରେ ଦୁର୍ଘଟଣାର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି।





