ବିଶ୍ୱନାଥପୁର ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଲାଞ୍ଜିଗଡ୧୮/୯ : ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଏଥିରେ କଳାହାଣ୍ଡି ଜିଲ୍ଲାପାଳ ଡ. ପରାଗ ଗାଭାଲି ହର୍ଷଦ ଯୋଗଦେଇ ଅଞ୍ଚଳର ଅନେକ ସମସ୍ୟା ସଂପର୍କରେ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିବା ସହିତ ସେଗୁଡିକର ସମାଧାନ ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ । ଜିଲ୍ଲାପାଳଙ୍କ ସହିତ କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର, ଡିଆରଡିଏ ପିଡି ଜ୍ଞାନରଞ୍ଜନ ଭଞ୍ଜଦେଓ, ଉପଜିଲ୍ଲାପାଳ ମିର୍ଦ୍ଧା ଟପୋ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ ଫକୀର ମୋହନ ମାଝୀ, ବିଡିଓ ମୁନୀନ୍ଦ୍ର ହୋନ୍ନାଗା, ଏବିଡିଓ ବିଭୁତିଭୂଷଣ ଶତପଥିଙ୍କ ସମେତ ସମସ୍ତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ । ଶିବିରରେ ମୁଖ୍ୟତଃ ଗ୍ରାମ ଉନ୍ନୟନ ବିଭାଗ ଓ ପିଡବ୍ଲୁଡି ବିଭାଗ ଦ୍ୱାରା ନିର୍ମିତ ନିମ୍ନମାନର ରାସ୍ତା କାମ, ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳର ବିଭିନ୍ନ ସମସ୍ୟା ସଂପର୍କରେ ଲୋକେ ଦୃଷ୍ଟି ଆକର୍ଷଣ କରିଥିଲେ । ସେହିପରି ବିଶ୍ୱନାଥପୁରଠାରେ ଏକ ଆର୍ଟିଓ କ୍ୟାମ୍ପ୍ କରି ଲୋକଙ୍କୁ ଡ୍ରାଇଭିଂ ଲାଇସେନ୍ସ ଯୋଗାଇ ଦେବାକୁ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ସହ ତୁରନ୍ତ ନିରାକରଣ ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna
ଲାଞ୍ଜିଗଡ ପ୍ରତିନିଧି ଦୂଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ odiabarta.in

Like us on Facebook👇

Udyog Nursery
Udyogi Nursery
http://facebook.com/odiabarta

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.