ଭୀମସାର ନିର୍ଦ୍ଦେଶକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ବୁର୍ଲା ବନ୍ଦ

ବୁର୍ଲା: ଭୀମସାର ନିର୍ଦ୍ଦେଶକ ଅଶ୍ୱିନୀ ପୂଜାହାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ବୁର୍ଲା ସଚେତନ ନାଗରିକ ମଞ୍ଚ ପକ୍ଷରୁ ଆଜି ୧୨ଘଣ୍ଟିଆ ବୁର୍ଲା ବନ୍ଦ ଡାକରା ଦିଆଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଶ୍ରୀ ପୂଜାହାରୀଙ୍କୁ ପୁନଃ ଅବସ୍ଥାପିତ କରିବାକୁ ଦାବି କରାଯାଇଛି। ବନ୍ଦ ଯୋଗୁଁ ସ୍କୁଲ, କଲେଜ ଓ ଅଫିସ, ଗାଡ଼ି ଚଳାଚଳ ବନ୍ଦ ରହିଛି। କର୍ମୀମାନେ ରାସ୍ତା ମଝିରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ତେବେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍‌ ଦିଆଯାଇଛି।

Udyog Nursery
Udyogi Nursery

ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସମର୍ଥନ କରାଯାଇଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.