ଏକା ତୋ ଭକତ ଜୀବନ
ଭକତ ନିମନ୍ତେ ତୋର ଶଙ୍ଖ ଚକ୍ର ଚିହ୍ନ ।। ୦ ।।
ଭକତ ତୋ ପିତାମାତା ଭକତ ତୋ ବନ୍ଧୁ
ଭକତ ହିତରେ ତୋର ନାମ କୃପାସିନ୍ଧୁ ।। ୧ ।।
ଧେନୁ ପଛେ ପଛେ ବତ୍ସା ଗମେ କ୍ଷୀର ଲୋଭେ
ଭକତ ପଛରେ ତୁହି ଥାଉ ସେହି ଭାବେ ।।୨।।
ବାପା ମୋ ମୋଗଲ ପୁଅ ମାଆ ମୋ ବ୍ରହ୍ମଣୀ
ଏ କୂଳେ ଜନ୍ମିଲି ହିନ୍ଦୁ ନଖାଏ ମୋ ପାଣି ।। ୩ ।।
କହେ ସାଲବେଗ ହିନ ଜାତିରେ ଯବନ
ଶ୍ରୀରଙ୍ଗାଚରଣ ବିନୁ ନ ଜାଣଇ ଆନ ।। ୪ ।।
ସାଲବେଗ
Like us on Facebook👇