ବଲାଙ୍ଗିରରେ ପର୍ଯ୍ୟଟନ ପର୍ବ

ବଲାଙ୍ଗିର,୧୧/୧୦ : ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକୀ ଅବସରରେ ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ପର୍ଯ୍ୟଟନ ପର୍ବ ପାଳିତ ହୋଇଯାଇଛି।

ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରବୀନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଅରିନ୍ଦ୍ରମ ଡାକୁଆ ଯୋଗଦେଇ ଗାନ୍ଧୀଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ପର୍ଯ୍ୟଟନ ମାନଚିତ୍ର ଓ ପର୍ଯ୍ୟଟନ ପତ୍ରିକାର ଉନ୍ମୋଚନ ହୋଇଥିଲା। କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମରେ ଗାନ୍ଧୀଜୀଙ୍କ ଭଜନ ସହ ଲୋକନୃତ୍ୟ ଓ ଆଞ୍ଚଳିକ ନୃତ୍ୟ ପରିବେଷିତ ହୋଇଥିଲା । 

ବଲାଙ୍ଗିରରୁ ସଞ୍ଜୟ କୁମାର ମିଶ୍ରଙ୍କ ରିପୋର୍ଟ odiabarta.in 

ଏଠି ଛୁଇଁ ସବୁ ଖବର ଓ ବିଚାର ସୂଚନା ପାଆନ୍ତୁ ମାଗଣାରେ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

 

 

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.