ଟିକ୍ରାପଡା ଶିଶୁ ସୈନିକ ବିଦ୍ୟାଳୟର ୬ଷ୍ଠ ବାର୍ଷିକ ଉତ୍ସବ ସମାରୋହ

ସଇଁତଲା,୧୮/୧ : ବଲାଙ୍ଗିର ଜିଲ୍ଲା ଟିକ୍ରାପଡା ଶିଶୁ ସୈନିକ ବିଦ୍ୟାଳୟର ୬ଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଉପାଧ୍ୟକ୍ଷ ପାଣ୍ଡବ ସାହୁ, ସମ୍ମାନିତ ଅତିଥି ଭାବରେ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ନାରାୟଣ ଭୋଇ, ବାଳକ ଉଚ୍ଚ ବିଦ୍ୟାଳୟ ଟିଟିଲାଗଡ଼ର ସହକାରୀ ଶିକ୍ଷକ ଜ୍ୟୋତି ପ୍ରକାଶ ଗଡ଼ତ୍ୟା ଯୋଗଦେଇଥିଲେ । ସେହିପରି ଟିଟିଲାଗଡ଼ର ଶିଶୁ ସାହିତ୍ୟକ ଯୁଗଳ କିଶୋର ଷଡ଼ଙ୍ଗୀ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ।

ସଭା ପ୍ରାରମ୍ଭରେ ଅତିଥି ମାନେ ଦୀପ ପ୍ରଜ୍ୱଲନ ସହ ଛାତ୍ର ଛାତ୍ରୀଙ୍କ ଦ୍ୱାରା ପ୍ରାରମ୍ବକ ସଙ୍ଗୀତ ଗାନ କରାଯାଇଥିଲା । ବିଦ୍ୟାଳୟର ଛାତ୍ରୀ ଜୋସ୍ନାମୟୀ ବଗର୍ତ୍ତି ଓ ମୌସମୀ ରାଜପଲିଆ ସଭା ସଂଯୋଜନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ସହ ସମ୍ପଦକ ଅନ୍ତର୍ଯ୍ୟାମୀ ରାଜପଲିଆ ବାର୍ଷିକ ବିବରଣୀ ପାଠ କରିଥିଲେ । ବିଭିନ୍ନ ପ୍ରତଯୋଗୀତରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ଚନ୍ଦ୍ରମଣି ରାଜପଲିଆ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷୟତ୍ରୀ ଜୟନ୍ତୀ ସେଠ ଧନ୍ୟବାଦ ଅର୍ପଣ କରିଥିଲେ ।

ସଇଁତଲା ପ୍ରତିନିଧି ଗୋକୁଳାନନ୍ଦ ବଗର୍ତ୍ତିଙ୍କ ରିପୋର୍ଟ odiabarta.in

୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଆମ ଫେସବୁକ୍ ପେଜ୍ ଲାଇକ୍ କରନ୍ତୁ

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.