ବୀରମହାରାଜପୁର କଲେଜର ୩୯ତମ ବାର୍ଷିକୋତ୍ସଵ ପାଳିତ

ଉଲୁଣ୍ଡା,୧/୨(ଶାନ୍ତନୁ କୁମାର କର୍ଣ୍ଣ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୩୯ତମ ବାର୍ଷିକୋତ୍ସଵ କଲେଜ ଅଧ୍ୟକ୍ଷ ମୁରଲୀଧର ହୋତାଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଦେବୀପ୍ରସାଦ ଦାସ ମୁଖ୍ୟ ଅତିଥି, ବ୍ୟଙ୍ଗକବି ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟବକ୍ତା, ବୀରମହାରାଜପୁର ଏସଡ଼ିପିଓ ଧିରଜ ଚୋପଦାର ଓ ସୋନପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ତରୁଣ କୁମାର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଛାତ୍ର ସଂସଦ ଉପଦେଷ୍ଟା ଅଧ୍ୟାପକ ପ୍ରକାଶ କୁମାର ସେଠ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ ବିଜୟ ପୁରୋହିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପିକା ସାଗରିକା ବିଶି, ଅଧ୍ୟାପକ ବିରଞ୍ଚି ମିଶ୍ର, ଅଧ୍ୟାପିକା ଜାମିନି ଦାସ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପିକ ଜାମିନି ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ପରେପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଗୁଗଲ୍ କ୍ରୋମ୍’ରେ odiabarta.in ଖୋଲି ଲାଲ୍ ବେଲ୍ ବଟନ୍’ରେ ଛୁଅଁଁନ୍ତୁ ଓ ନୋଟିଫିକେସନ୍ ସବସ୍କ୍ରାଇବ୍ କରନ୍ତୁ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.