ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିଯୁକ୍ତି ପରାମର୍ଶ ମେଳା

ଲାଞ୍ଜିଗଡ : ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିଯୁକ୍ତି ପରାମର୍ଶ ମେଳା ‘ଦିନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା’ ଶିବିର ଆୟୋଜିତ ହୋଇଯାଇଛି। ଓଡ଼ିଶା ଜୀବିକା ମିଶନ କଳାହାଣ୍ଡି ଜିଲ୍ଲା ଶାଖା ତଥା ବ୍ଲକ ପ୍ରଶାସନର ମିଳିତ ଆୟୋଜନରେ ଆୟୋଜିତ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷ ଇ. ଫକୀର ମୋହନ ମାଝୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଓରମାସର ଜିଲ୍ଲା ସଂଯୋଜକ ଆଦିତ୍ୟ ଆଚାର୍ଯ୍ୟ, ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ କେନ୍ଦ୍ରର ପ୍ରଶିକ୍ଷଣ କମଳ କିଶୋର ଶତପଥୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବେଡାଗାଁ ସମିତି ସଭ୍ୟ ମନୋହର ହରପାଲ ପ୍ରମୁଖ ଯୋଗ ଦେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏବିଡିଓ ବିଭୂତି ଭୂଷଣ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଓଡ଼ିଶା ଜୀବିକା ମିଶନ ବ୍ଲକ ଶାଖାର ପ୍ରକଳ୍ପ ପରିଚାଳକ ଜଳନ୍ଦର ତାଣ୍ଡି, ବ୍ଲକ ଦକ୍ଷତା ବିକାଶ ସଂଯୋଜକ ଅୟସକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିବା ବେଳେ ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ଓ ଗ୍ରାମାଞ୍ଚଳ ଆତ୍ମନିଯୁକ୍ତି ତାଲିମ କେନ୍ଦ୍ର ତରଫରୁ ୧୦ଟି ପ୍ରକଳ୍ପ ଯୋଗ ଦେଇଥିଲେ। ଏହି ଅବସରରେ ୯୦ ଜଣ ଯୁବକ ଯୁବତୀ ନାମ ପଞ୍ଜିକରଣ ସହିତ ସେମାନଙ୍କ ଦକ୍ଷତା ଭିତ୍ତିରେ ତାଲିମ ଓ ଆତ୍ମ ନିଯୁକ୍ତି ପାଇଁ ପରାମର୍ଶ ଦିଆଯାଇଥିଲା ।

Udyog Nursery
Udyogi Nursery
ଲାଞ୍ଜିଗଡ ବ୍ଲକ ପ୍ରତିନିଧି ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in

_________________________________________

୨୪x୭ ଖବର ଓ ବିଚାର ସୂଚନା ପାଇବା ପାଇଁ ଏଠି ଛୁଅଁଁନ୍ତୁ

http://bit.ly/OBgroup3

ଗୁଗଲ୍ କ୍ରୋମ୍’ରେ odiabarta.in ଖୋଲି ଲାଲ୍ ବେଲ୍ ବଟନ୍’ରେ ଛୁଅଁଁନ୍ତୁ ଓ ନୋଟିଫିକେସନ୍ ସବସ୍କ୍ରାଇବ୍ କରନ୍ତୁ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.