ଭୁବନେଶ୍ୱର,୩/୪: ରାଜ୍ୟରେ ପୁଣି ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ବମିଖାଲ ଅଂଚଳର ୩ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏହା ପୂର୍ବରୁ କଟକରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୯ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ପ୍ରଥମ ଓ ଦ୍ୱିତୀୟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
New COVID confirmed cases:
Three persons of Bomikhal, Bhubaneswar test positive for COVID-19. Total number of positive cases in the State goes upto 9 now. (Cured 2, active 7)— H & FW Dept Odisha (@HFWOdisha) April 3, 2020