କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

କଲମପୁର,୮/୪ : କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟ ଠାରେ ଏକ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।‌ ଏହି ଶିବିରରେ କୋଭିଡ୍-୧୯ କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇଥିଲା। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ଧର୍ମଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା, ଜୟପାଟଣା ଥାନା ଅଧିକାରୀ ରଶ୍ମିତା ପ୍ରଧାନ, କଲମପୁର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ସମେତ ବିଭିନ୍ନ ସଂଗଠନର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଏହି ରକ୍ତଦାନ ଶିବିରରେ ୬୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଶିବିରରେ ସୋସିଆଲ ଆକ୍ତିଭିଷ୍ଟ ଅଫ୍ କଳାହାଣ୍ଡିର ଜୋନାଲ କମିଟି ସଭାପତି କପ୍ନେଶ୍ୱର୍ ବେମାଲ ନେହେରୁ ଯୁବକେନ୍ଦ୍ର କଲାହାଣ୍ଡି, ବ୍ଲକ ସଭାପତି ଲକ୍ଷ୍ମୀକାନ୍ତ ନାୟକ, ସଂଯୋଜକ ସଞ୍ଜୟ ପୁରୋହିତ, ପଣ୍ଡିଗାଁ ସରପଞ୍ଚ ବନଜା ବାସିନୀ ମହାପାତ୍ର, ହାରାମାଲ ସରପଞ୍ଚ ପ୍ରଦୀପ ଠାକୁର ସମେତ ରକ୍ତଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିରରେ ଉପରୋକ୍ତ ସାମାଜିକ ଅନୁଷ୍ଠାନର ସ୍ଵେଚ୍ଛାସେବୀ ତଥା ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ।

କଲମପୁର ପ୍ରତିନିଧି ତୁଲାରାମ ବେହେରାଙ୍କ ରିପୋର୍ଟ odiabarta.in

Click here to get 24×7 News & Views alerts👇🏻

http://bit.ly/OBgroup4

Follow us on Twitter👇🏻

https://twitter.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.