ଲାଞ୍ଜିଗଡ,୧୨/୪ : କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ‘କୋଭିଡ୍-୧୯’କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ଆର୍ଥିକ ସହାୟତା ପ୍ରଦାନ କରି ଆସୁଛନ୍ତି । ସେହି କ୍ରମରେ ଲାଞ୍ଜିଗଡ ବ୍ଲକ ଶିକ୍ଷାଧିକାରୀ (ବିଇଓ) ସଞ୍ଜୀବ କୁମାର ନାଏକ ମଧ୍ୟ ୩ ହଜାର ଟଙ୍କା ସାହାଯ୍ୟ କରିଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କୁ ସାକ୍ଷାତ କରି ତାଙ୍କ ଜରିଆରେ ଉକ୍ତ ଆର୍ଥିକ ସହାୟତା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଛନ୍ତି ।
ଲାଞ୍ଜିଗଡ଼ ପ୍ରତିନିଧି ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in
_________________________________________