ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ଵରରେ ପାଳିତ ହେଲା ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ବାଲେଶ୍ଵର, ୧୮/୪ : (କୃଷ୍ଣ କୁମାର ମହାନ୍ତିଙ୍କ ଠାରୁ) ବାଲେଶ୍ବର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଆଜି ନିରାଡମ୍ବର ଭାବେ ପାଳନ ହୋଇଛି।ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ ଏହି ଅବସରରେ ଫାଣ୍ତି ଛକ ଓ ପୋଲିସ ଲାଇନରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ନିବେଦନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ନଗରପାଳ ଆଲୋକ କୁମାର ସାହୁ, ବରିଷ୍ଠ ନେତା ବରୋଦା ପ୍ରସନ୍ନ ପଟ୍ଟନାୟକ, ଶତ୍ରୁଘ୍ନ ମଲ୍ଲିକ, ଯୁବନେତା ଧିରେନ ନାୟକ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇ ଥିଲେ।

ଏହି ଅବସରରେ ମହାମାରୀ କରୋନାର କଟକଣା ପାଇଁ ବାଲେଶ୍ବର ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ଘରେ ରହି ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିବା ପ୍ରକାଶ।

Click here to get 24×7 News & Views alerts👇🏻

http://bit.ly/OBgroup4

Follow us on Twitter👇🏻

https://twitter.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.