ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

କୋକସରା,୧୪/୬: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ଼ ଘାଟିରେ ଆଜି ଘଟିଯାଇଛି ଏକ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହେଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଆମପାଣି ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତ ଯୁବକଙ୍କ ଶବ ଜବତ କରିଛି । ଏହାସହ ଆହତଙ୍କୁ ପ୍ରଥମେ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଭବାନୀପାଟଣା ମୁଖ୍ୟଚିକିତ୍ସାଲୟକୁ ସ୍ଥାନାନ୍ତର କରିଥିବା ଜଣାପଡିଛି । ମୃତ ଯୁବକ ଜଣକ ଖଲିଗଡ଼ ଗାଁର ଘନଶ୍ୟାମ ଗଇଁନ୍ତା ଓ ଗୁରୁତର ଯୁବକ ଶ୍ୟାମ ସୁନ୍ଦର ଗଇଁନ୍ତା ବୋଲି ଜଣାପଡିଛି । ଶବ ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ, ତେବେ ଦୁର୍ଘଟଣା ଘଟେଇ ଥିବା ଗାଡି ଘଟଣା ସ୍ଥଳରୁ ଫେରାର ଥିବା ନେଇ ତଦନ୍ତକାରୀ ପୋଲିସ ରମେଶ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Omkar Vasthu
Omkar Vasthu

କୋକସରା ପ୍ରତିନିଧି ହିରଣ୍ୟ ବେହେରାଙ୍କ ରିପୋର୍ଟ OdiabBarta.in

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.