ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର : ପୋଲିସର ତଦନ୍ତ ଜାରୀ

କୋକସରା,୨୫/୬ : କୋକସରା ବ୍ଲକ ମୋଟେର ଫାଣ୍ଡି ଅଧୀନରେ ଥିବା ଡହଗାଁ ରାସ୍ତା ପାର୍ଶ୍ୱରେ ନିଜ ବିଲରେ ଜଣେ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି କୁସୁମଖୁଣ୍ଟି ଗ୍ରାମର ଜୟକୃଷ୍ଣ ରାଉତ(୨୦) । ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଗତ କାଲି ସନ୍ଧ୍ୟାରେ ବାପ ପୁଅଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା । ତେବେ ଆଜି ଉକ୍ତ ଯୁବକ ଆତ୍ମହତ୍ୟା କରିଥବା ଦେଖାଯାଇଛି । ଘଟଣା ସ୍ଥଳରେ ମୋଟେର ଫାଣ୍ଡି ଅଧିକାରୀ ଅଜୟ ନାଏକ ପହଞ୍ଚି ଶବ ଜବତ କରି କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠେଇ ଏକ ଅପମୃତ୍ୟ ମାମଲା ରୁଜୁ କରି ତଦନ୍ତ ଜାରୀ ରହିଥିବା ପ୍ରକାଶ କରିଛନ୍ତି ।

କୋକସରା ପ୍ରତିନିଧି ହିରଣ୍ୟ ବେହେରାଙ୍କ ରିପୋର୍ଟ OdiaBarta.in


Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.