କଳାହାଣ୍ଡି ଜିଲ୍ଲା ପୋଲିସ ପକ୍ଷରୁ ମେଦିନୀପୁର ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

କଳାହାଣ୍ଡି,୨୭/୬: କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ମେଦିନୀପୁର ପଞ୍ଚାୟତ କାର୍ସ୍ୟାଳୟ ପରିସରରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ସଦର ଥାନା ଅଧିକାରୀ ପ୍ରଦୀପ କୁମାର ଧରୁଆ, ଏସଆଇ ବ୍ରଜକିଶୋର ଦୁରିଆ, ଥାନା କର୍ମଚାରୀ, ସ୍ଥାନୀୟ ସମାଜସେବୀ ପ୍ରମୁଖ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଏହି ରକ୍ତଦାନ ଶିବିରରେ ୫୫ ୟୁନିଟ ରକ୍ତ ସଂଗୃହିତ ହୋଇଛି । ଶିବିରରେ ସ୍ଥାନୀୟ ସମାଜସେବୀ ଆଦିତ୍ୟ ସା, ବିରଞ୍ଚି ରଥ, ଛନ୍ଦାଚରଣ ରଥ, ବିଶାଲ ପଟ୍ଟନାୟକ, ଦେବେନ୍ଦ୍ର ସାହୁ, ସଞ୍ଜୀବ ପଟ୍ଟନାୟକ, ମୋତିଲାଲ ସିଂ ସମେତ ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Udyog Nursery
Udyogi Nursery

ଏହି ଶିବିରରେ ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ। ରକ୍ତଦାତା ମାନଙ୍କୁ ଜିଲ୍ଲା ପୋଲିସ ପକ୍ଷରୁ ସାନିଟାଇଜ କରାଯାଇ ମାସ୍କ ବଣ୍ଟନ କରାଯାଇଥିଲା। ଶିବିରରେ କୋଭିଡ୍-୧୯ କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା।

Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.