ଭୁବନେଶ୍ଵର,୩/୬: ମହାମାରୀ କରୋନାର ପ୍ରକୋପରେ ସାରା ଦେଶ ଥରହର ହେଉଥିବା ବେଳେ ଓଡ଼ିଶାରେ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୮ ହଜାର ୧୦୬ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ୨୭ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୫ ହଜାର ୫୦୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ୫୬୧ ଜଣ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୮୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବରଗଡ଼ ଜିଲ୍ଲାରୁ ୨୧ ଜଣ, ବଲାଙ୍ଗିର ଜିଲ୍ଲାରୁ ୧୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଏଁ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୪ ଜଣ, ଢ଼େଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ଝାରସୁଗୁଡା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।