କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

କଳାହାଣ୍ଡି,୩୦/୭: କର୍ଲାମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ପରିସରରେ କଳାହାଣ୍ଡି ପୋଲିସ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ୬୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ମ.ରାମପୁର ଥାନା ଅଧିକାରୀ ଗୋବିନ୍ଦ ମାଝୀ, କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଅଧିଶ ଚନ୍ଦ୍ର ବିଶ୍ବାସ, ସାମାଜିକ କର୍ମି, ସ୍ଥାନୀୟ ସମାଜସେବୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଶିବିରରେ ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ । ଏଥିରେ ସାମାଜିକ ଦୂରତା ଓ ମାସ୍କ ପରିଧାନକୁ ପ୍ରାଧାନ୍ୟ ଦିଆଯାଇଥିଲା । ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀମାନେ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

Udyog Nursery
Udyogi Nursery

ନର୍ଲା ନିର୍ବାଚନ ମଣ୍ଡଳୀ ପ୍ରତିନିଧି ନବୀନ କିଶୋର ସାହୁଙ୍କ ରିପୋର୍ଟ OdiaBarta.in

Click here to get 24×7 News & Views alerts👇🏻

http://bit.ly/OBgroup4

Like us on Facebook👇🏻

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.