ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ପାଣିମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଲୌହ ମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୪୩ତମ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ଜୟ ତ୍ରିନାଥ ସାଂସ୍କୃତିକ ଅନୁଷ୍ଠାନ ପାଣିମୁଣ୍ଡା ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ଜୀବନୀ ଉପରେ ଆଲୋକପାତ କରାଯିବାସହ ସପଥପାଠ କରାଯାଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉକ୍ତ କ୍ଲବର ସଭାପତି ମିଲନ କୁମାର ଭୋଇ, ମୁଖ୍ୟ ବକ୍ତା ଭାବେ ପାଣିମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନିଳାମ୍ବର ସରାପ, ସମ୍ମାନୀତ ଅତିଥି ଭାବେ ସମାଜସେବୀ ଅସୀମ ଭୋଇ ଓ ସୁଶୀଲ କୁମାର ପ୍ରଧାନ ଯୋଗ ଦେଇଥିଲେ।
ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡିର ଜାତୀୟ ଯୁବ ସ୍ବେଚ୍ଛାସେବୀ ସମାନ୍ତ ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ମିତ୍ରପ୍ରିୟ ଭୋଇ, ସତ୍ୟପ୍ରିୟ ଭୋଇ, ଲଳିତ ବାଗ, ତୁଷାର ପ୍ରଧାନ ପ୍ରମୂଖ ସହଯୋଗ କରିଥିଲେ।
ଲାଞ୍ଜିଗଡ଼ ପ୍ରତିନିଧି ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in