କଳାହାଣ୍ଡି, (ହେମନ୍ତ ସାହୁ): ଧବଳେଶ୍ଵର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ମୋହନଗିରି ଆନୁକୂଲ୍ୟରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ଶୁକଦେବ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଧବଳେଶ୍ୱର ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୁ ପୟର ପଟ୍ଟନାୟକ, ସମ୍ମାନୀତ ଅତିଥି ଭାବେ ଶିକ୍ଷା ବିଭାଗ ଅଧ୍ୟାପକ ଅଚ୍ୟୁତ ମହାକୁର ପ୍ରମୁଖ ଯୋଗଦେଇ ସ୍ବାମୀ ବିବେକାନନ୍ଦଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଅନୁଷ୍ଠାନର ସମ୍ପାଦକ ସୁନୀଲ କୁମାର ଭୋଇ, ସହ ସମ୍ପାଦକ ଦିବାକର ସାହୁ ମଞ୍ଚ ପରିଚାଳନା କରିଥିବାବେଳେ ଅନୁଷ୍ଠାନର ସଦସ୍ୟମାନେ ସହଯୋଗ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।