ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା ବୈଠକ

ରାୟଗଡ଼, (ଶିବ ନାରାୟଣ ଗୈାଡ): ରାୟଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଅଂଶୁଘାତ ମୁକାବିଲା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅଂଶୁଘାତର ମୁକାବିଲା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର କେନ୍ଦ୍ର ଖୋଲାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଜିଲ୍ଲାର ସମସ୍ତ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ରକୁ ସକାଳୁଆ ଖୋଲିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଶ୍ରମଭିତ୍ତିକ କାର୍ଯ୍ୟକ୍ରମ ତଥା ନିର୍ମାଣ ଦିନ ୧୧ଟାରୁ ଅପରାହଣ୍ ସାଢ଼େ ୩ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ଜିଲ୍ଲାର ଦୁଇଟି ପୌର ପରିଷଦ, ଗୋଟିଏ ଏନ୍ଏସି ସମେତ ପଞ୍ଚାୟତ ସ୍ତରରେ ଜଳଛତ୍ର ନିର୍ମାଣ କରିବା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଉପ ସ୍ବାସ୍ଥ୍ୟକେନ୍ଦ୍ରମାନଙ୍କରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଓଆରଏସ୍ ଓ ସାଲାଇନ ମହଜୁଦ୍ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦେଶ ଦିଆଯାଇଛି। ବିଦ୍ୟାଳୟରେ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା ସାଙ୍ଗକୁ ଗ୍ରାମାଞ୍ଚଳରେ ଅଚଳ ନଳକୂପ ଗୁଡିକୁ ଶୀଘ୍ର ସଜାଡ଼ିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରାଣୀ ସମ୍ପଦକୁ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ସହ ପିଇବା ପାଣି ବ୍ୟବସ୍ଥା କରିବା ଉପରେ ଗୁରୁତ୍ବ ଦେବା ପାଇଁ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

Omkar Vasthu
Omkar Vasthu


ପୋଡୁ ଚାଷ ରୋକିବା ସହ ଜଙ୍ଗଲରେ ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲ୍ଲାପାଳ ଜଙ୍ଗଲ ବିଭାଗକୁ ନିର୍ଦେଶ ଦେଇଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସପି ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡା, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ଭୀମସେନ ଶବର, ଜିଲ୍ଲା ବନଖଣ୍ଡ ଅଶ୍ବିନୀ କୁମାର କର, ଉପଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.