ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ଜଣ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫
ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩୭୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୧୨ ଜଣ କ୍ଵାରାଣ୍ଟିନରେ ଥିବା ବେଳେ ୫୬୨ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି।ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ବରଗଡ଼ରୁ ୫୯, ଅନୁଗୁଳରୁ ୩୩, ବାଲେଶ୍ବରରୁ ୧୭, ଭଦ୍ରକରୁ ୩୦, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫, ଗଜପତିରେ ୮ ଜଣ, ଗଞ୍ଜାମରେ ୨୦ଜଣ, ଯାଜପୁରରେ ୨୫ଜଣ, ଜଗତସିଂହପୁରରେ ୯ଜଣ, ଝାରସୁଗୁଡ଼ାରେ ୫୨ ଜଣ, କଳାହାଣ୍ଡିରୁ ୪୫ଜଣ, କନ୍ଧମାଳରେ ୩, କେନ୍ଦ୍ରାପଡ଼ାରେ ୪ଜଣ, କେଉଁଝରରେ ୨୪ଜଣ, କୋରାପୁଟରେ ୮ ଜଣ, ମୟୁରଭଞ୍ଜରେ ୨୬ ଜଣ, ନବରଙ୍ଗପୁରରେ ୨୦ଜଣ, ନୟାଗଡ଼ରେ ୧୩, ନୂଆପଡ଼ାରେ ୧୩୫ ଜଣ, ପୁରୀରେ ୪୪ ଜଣ, ରାୟଗଡ଼ାରୁ ୪୭, ସମ୍ବଲପୁରରେ ୭୭ଜଣ, ସୋନପୁରରେ ୪ ଜଣ ଓ ଷ୍ଟେଟ ପୁଲରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏବେ ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୩, ୪୮,୧୮୨। ଏମାନଙ୍କ ଭିତରୁ ୩, ୩୯,୨୦୦ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୦୩ଜଣ ସକ୍ରିୟ ଅଛନ୍ତି।





