ଲାଞ୍ଜିଗଡ ବ୍ଲକ ଯୁବ କଂଗ୍ରେସ ସଭାପତିଙ୍କ ପରଲୋକ


ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ଯୁବ କଂଗ୍ରେସ ସଭାପତି ପ୍ରକାଶ ତୁଳଙ୍କ ପରଲୋକ ଘଟିଛି । ଗତକାଲି ଶ୍ରୀ ତୁଳଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବାରୁ ତାଙ୍କୁ ବିଶ୍ୱନାଥପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତେବେ ସନ୍ଧ୍ୟା ସମୟରେ ସ୍ୱାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର ଆସିବାରୁ ତାଙ୍କୁ ଘରକୁ ନିଆଯାଇଥିଲା । ତେବେ ଆଜି ପୁଣିଥରେ ଗୁରୁତର ହୋଇପଡିବାରୁ ପ୍ରଥମେ ବିଶ୍ୱନାଥପୁର ଓ ସେଠାରୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଭାବରେ ତାଙ୍କର ମୃତ୍ୟୁ ଘଟିଥିଲା । ପରିବାର ଲୋକେ ଶବ ଆଣିବା ପରେ ଆଜି ବିଶ୍ୱନାଥପୁର ସ୍ଥିତ ଗାଁ ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ କରାଯାଇଛି । ତାଙ୍କ ମର ଶରୀର ପାଖରେ ତାଙ୍କର ବିଧବା ପତ୍ନୀ, ବାପା ,ବଡଭାଇ ରମେଶ କୁମାର ତୁଳ, ମଝିଆଭାଇ ସନ୍ତୋଷ କୁମାର ତୁଳ, ପରିବାର ଓ ବନ୍ଧୁବର୍ଗ ଉପସ୍ଥିତ ରହିଥିଲେ । ତାଙ୍କ ମୃତ୍ୟୁରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ, ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାରତ ଭୂଷଣ ବେମାଲ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝୀ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦିଶ ବେନିଆ, ଲାଞ୍ଜିଗଡ ପ୍ରେସ୍ କ୍ଲବର ସଭାପତି କୈଳାସ ସାହୁ, ଉପସଭାପତି ବି.ତ୍ରିପତି ପାତ୍ର, ସାଧାରଣ ସଂପାଦକ ସୁଶୀଲ କୁମାର ବାଗ, କୋଷାଧ୍ୟକ୍ଷ ପରେଶ କୁମାର ନାୟକ, ସଦସ୍ୟ କ୍ଷମାନିଧି ମହାଖୁଡ, ଏମ୍‌. ଚନ୍ଦ୍ରଶେଖର ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ଲାଞ୍ଜିଗଡ଼ରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ସହ ଧର୍ମେନ୍ଦ୍ର ପଣ୍ଡାଙ୍କ ରିପୋର୍ଟ OdiaBarta.in